September 20, 2024

Odia Express

Leading Odia News Portal of Odisha

୬ ଜୁଲାଇ ୨୦୧୯ ଶନିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଶନିଦେବ ଙ୍କ କୃପା ରହିବ ଏହି ୨ଟି ରାଶି ଉପରେ

ମେଷ – ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ । ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ପରାମର୍ଶ। ମାନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ | କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି। ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ।ପ୍ରତିକାର: ଗାଈକୁ କିଛି ଖୁଆନ୍ତୁ।

ବୃଷ – ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।  ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ । ଆଜିର ଦିନ ଆନନ୍ଦରେ ବିତିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ। ମାନସିକ ରୂପରେ ପ୍ରସନ୍ନତା ବନି ରହିବ। ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନି – ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ । ଆଜିର ଦିନ ଆମୋଦ-ପ୍ରମୋଦରେ ବିତିବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ। ମିତ୍ର ଏବଂ ପରିଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରନ୍ତି। ପାରିବାରିକ କଳହର ଅବସର ନ ଆସୁ, ଏହାର ଧ୍ୟାନ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାମଣାରୁ ବଞ୍ଚନ୍ତୁ। ଯୋଗରେ ମନରେ ଉତ୍ପନ୍ନ ନକାରାତ୍ମକ ବିଚାର ଦୂର ହୋଇଯିବ | ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ – ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି । ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ଆଜି ସ୍ଵାସ୍ଥ୍ୟ ନରମ ରହିପାରେ। ବୈଚାରିକ ମତଭେଦ କାରଣରୁ ମାନସିକ ଚିନ୍ତା ରହିବ। ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପେ ଅନୁକୂଳତା ଅନୁଭବ କରିବେ। ଅଚାନକ ଧନପ୍ରାପ୍ତିର ଯୋଗ ଅଛି। ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ।

ସିଂହ – ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।  ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ । ଶାରୀରିକ ରୂପରେ ଅସୁସ୍ଥ ରହିବାରୁ ଏବଂ କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବାରେ ବିଳମ୍ବ ହେବାରୁ ଆପଣ ନିରାଶ ହୋଇପାରନ୍ତି। ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରନ୍ତୁ ନାହିଁ। ଖାଦ୍ୟ-ପେୟରେ ଉଚିତ ଅନୁଚିତର ବିବେକ ରଖିବେ। ଆଜି କାର୍ଯ୍ୟଭାର ଅଧିକ ରହିବ। ସେଥିପାଇଁ ସୁସ୍ଥତା ରହିବ।ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା – ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ । ଆଜି ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟଗୁଡ଼ିକରେ ରୁଚି ରହିବାରୁ ସେହି କାର୍ଯ୍ୟଗୁଡ଼ିକ ପଛରେ ବ୍ୟସ୍ତତା ରହିବ ତଥା ତାଙ୍କ ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ। କୋର୍ଟ-କଚେରୀ ସମ୍ବନ୍ଧିତ କାର୍ଯ୍ୟ ଉପସ୍ଥିତ ହେବ। ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ବିଘ୍ନ ଉପସ୍ଥିତ ହେବ। ସ୍ନେହୀଜନଙ୍କର ପ୍ରତିଷ୍ଠାରେ ହାନି ହେବ,ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା – ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ । ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି । ଆଜି ଧାର୍ମିକ ଯାତ୍ରା ହୋଇପାରେ। ଆପଣ ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକୁ ଆଜି ସଂପନ୍ନ କରି ପାରିବେ। ଶାରୀରିକ ଏବଂ ମାନସିକ ସୁସ୍ଥତା ରହିବ, ଏହାଦ୍ୱାରା ଫୁର୍ତ୍ତି ଏବଂ ପ୍ରସନ୍ନତା ରହିବ। ପରିବାରରେ ମାଙ୍ଗଳିକ ପ୍ରସଙ୍ଗ ବନିବ।ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା – ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ । ଆଜି ଆପଣଙ୍କୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ, କାରଣ କିଛି ଭୁଲ ବୁଝାମଣା ଯୋଗୁଁ ଆପଣ ଏବଂ ଆପଣଙ୍କ ସମ୍ପର୍କୀୟମାନଙ୍କ ମଧ୍ୟରେ କଳି ହୋଇପାରେ । ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି । ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ। ବିଦ୍ୟାର୍ଥୀ ଅଭ୍ୟାସରେ ନିଜର ଭଲ ପ୍ରଦର୍ଶନ କରି ପାରିବେ। ସ୍ନେହୀଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତ ହେବ,ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

ଧନୁ – ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି । ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ | ବ୍ୟବସାୟ ଦୃଷ୍ଟିରେ ଆଜି ଆପଣଙ୍କପାଇଁ ଲାଭ ଦାୟୀ ଦିନ ଅଟେ। ଆପଣଙ୍କ କାର୍ଯ୍ୟ ସଫଳତାର କାରଣରୁ ଉପରିସ୍ଥ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ। ବ୍ୟବସାୟରେ ଉତ୍ଥାନର ମଧ୍ୟ ଯୋଗ ଅଛି।ପ୍ରତିକାର:-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

ମକର – ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ବ୍ୟବସାୟରେ ଆଜିର ଦିନ ଲାଭ ହେବ। କାର୍ଯ୍ୟାଳୟ ସହିତ କାମ କରୁଥିବା ଲୋକଙ୍କର ସହଯୋଗ ମିଳିବ। ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ। ମାନସିକ ରୂପରେ ମଧ୍ୟ ଆପଣ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିବେ। ପ୍ରତିକାର- ଇଷ୍ଟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ – ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ । ଆଜିର ଦିନ ଲାଭଦାୟୀ ଅଟେ। ଭାଗ୍ୟ ବହୁତ ସାଥୀ ଦେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ। ମିତ୍ରମାନଙ୍କ ସହିତ ଭେଟ ହେବାରୁ ମନରେ ଆନନ୍ଦ ରହିବ। ତାଙ୍କ ସହିତ ଯାତ୍ରାର ଆୟୋଜନ ମଧ୍ୟ ହୋଇପାରେ। ନୂଆ କାର୍ଯ୍ୟର ଶୁଭାରମ୍ଭ ଆପଣଙ୍କ ପାଇଁ ଲାଭଦାୟୀ ରହିବ,ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ – ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜିର ଦିନ ପ୍ରତିକୂଳତାରେ ଭରା ରହିବ। ଶାରୀରିକ ଫୁର୍ତ୍ତିର ଆଜି ଅଭାବ ହୋଇପାରେ ଏବଂ ମାନସିକ ରୂପରେ ମଧ୍ୟ ଚିନ୍ତା ରହିପାରେ। ପତ୍ନୀଙ୍କ ସହିତ କଲହର ପ୍ରସଙ୍ଗ ବନିପାରେ ଅଥବା ମନମାଳିନ୍ୟ ହୋଇପାରେ,ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

Leave a Reply

Your email address will not be published. Required fields are marked *