କୋଲେଷ୍ଟରଲ , ଅନିଦ୍ରା ଆଦି ବେମାରିରୁ ଉପଶମ ପାଇବାର ତରିକା – ସମସ୍ତେ ଜାଣିବା ଦରକାର..
ସେହିପରି କିସମିସର ଉପକାରୀତା ଆମ ଶରୀର ପାଇଁ ବହୁତ ବେଶୀ ହୋଇଥାଏ।ଏହା ଔଷଧୀୟ ଗୁଣର ଗନ୍ତାଘର ଅଟେ।ଏହା ଆମ ଶରୀରର ସମସ୍ତ ସମସ୍ୟାକୁ ଦୂର କରିବା ସହିତ ଆମର ରୋଗ ପ୍ରତିରୋଧକ ଶକ୍ତି ବଢାଇବାରେ ସହାୟକ ହୋଇଥାଏ।ଡାଇବେଟିସକୁ ନିୟନ୍ତ୍ରଣ କରିବା ସହିତଅନିଦ୍ରା ହେବା ସମସ୍ୟାରୁ ମଧ୍ୟ ମୁକ୍ତି ଦିଏ।କୋଲେଷ୍ଟରଲ ମାତ୍ରା ମଧ୍ୟ କମ କରିଥାଏ।ଉଚ୍ଚ ରକ୍ତଚାପ ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ।
ତେଣୁ ୮ ରୁ ୧୦ଟି କିସମିସର ଦାନାକୁ ପାଣିରେ ଭିଜେଇ ଗରମ କରି ରଖିବା ଓ ଏହି ପାଣିକୁ ସକାଳେ ପିଇବ ଓ କିସମିସ ଦାନାକୁ ଚୋବାଇ ଖାଇବ।ଏହାକୁ ପ୍ରତ୍ୟେକ ଦିନ ସେବନ କରିବା ଦ୍ୱାରା ଏହା ଶାରୀରିକ ସନ୍ତୁଳନ ବଜାୟ ରଖିଥାଏ।ଶରୀର ପାଇଁ ବିଶେଷ ଉପକାରୀ ଅଟେ।
ସମାଜରେ ଯେକୌଣସି ସ୍ତରର ବ୍ୟକ୍ତି ହୁଅନ୍ତୁ ନା କାହିଁକି ସମସ୍ତେ ସବୁବେଳେ ସୁସ୍ଥ ରହିବାକୁ ଚାହାନ୍ତି ଓ ସୁସ୍ଥ ଖାଦ୍ୟର ଆବଶ୍ୟକ ମଧ୍ୟ କରନ୍ତି।ତେଣୁ ଏକ ସୁସ୍ଥ ସମାଜ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିଜ ସ୍ୱାସ୍ଥ୍ୟର ଉଚିତ ଯତ୍ନ ନେବା ନିହାତି ଆବଶ୍ୟକ।ବର୍ତ୍ତମାନ ସମାଜ ଉନ୍ନତିର ଚରମ ସୀମାରେ ଉପନୀତ।ତେଣୁ ପ୍ରତ୍ୟେକ ଲୋକଙ୍କ ଜୀବନ ହୋଇଛି ବିଳାସ ତଥା ଅଳସ୍ୟତା ପୂର୍ଣ୍ଣ।ଅଳସ୍ୟତା ପୂର୍ଣ୍ଣ ଜୀବନ, ଆଧୁନିକ ଖାଦ୍ୟ ଓ ଅତ୍ୟାଧୁନିକ ଔଷଧ ଆଦିର ପ୍ରଭାବରେ ମନୁଷ୍ୟର ସୁସ୍ଥ ସ୍ୱାସ୍ଥ୍ୟ ହୋଇଛି ଅସନ୍ତୁଳିତ ଓ ବିଭିନ୍ନ ରୋଗର ବଶୀଭୂତ।
ସ୍ୱାସ୍ଥ୍ୟର ବ୍ୟତିକ୍ରମ ମାନସିକତା ଉପରେ କୁପ୍ରଭାଵ ପକାଇବା ସହିତ ବିଭିନ୍ନ କାର୍ଯ୍ୟରେ ଆଗ୍ରହ ତଥା ଉତ୍କଣ୍ଠା ରୂପକ ଅଶାଦ୍ରୁମ ମୂଳରେ କୁଠାରାଘାତ କରିଥାଏ।ତେଣୁ ଏକ ସୁସ୍ଥ ଓ ନିରୋଗ ସ୍ୱାସ୍ଥ୍ୟ ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରୟୋଜନ ହୋଇଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ସବୁବେଳେ ଏକ ସୁସ୍ଥ ଓ ଆରୋଗ୍ୟତା ପୂର୍ଣ୍ଣ ଜୀବନର ଆଶା ପୋଷଣ କରିଥାନ୍ତି।
ଏକ ସୁସ୍ଥ ସ୍ୱାସ୍ଥ୍ୟ ଏକ ସୁସ୍ଥ ପରିବେଶ ତଥା ସୁସ୍ଥ ସମାଜ ଗଠନ ଅଭିମୁଖେ ପ୍ରୋତ୍ସାହିତ କରିଥାଏ।ତେଣୁ ପ୍ରତ୍ୟେକ ବ୍ୟକ୍ତି ଏକ ସୁସ୍ଥ ସ୍ୱାସ୍ଥ୍ୟକୁ ନେଇ ଜୀବନ ଅତିବାହିତ କରିବାର ପ୍ରୟୋଜନ ରଖିଥାନ୍ତି।ତେଣୁ ଏହାର ସଠିକ ଯତ୍ନ ନେବା ନିହାତି ଆବଶ୍ୟକ ହୋଇଥାଏ।ବିଳାସ ବ୍ୟସନ ପୂର୍ଣ୍ଣ ଜୀବନ ବର୍ତ୍ତମାନ ଯୁଗରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବାର କାରଣ ହୋଇଥାଏ।ତେଣୁ ଏହାର ଠିକ ଭାବରେ ଯତ୍ନ ନେବା ବହୁତ ଗୁରୁତ୍ୱପୂର୍ଣ୍ଣ ଅଟେ।