September 8, 2024

Odia Express

Leading Odia News Portal of Odisha

ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ଟଙ୍କା ! କେଉଁମାନେ ପାଇବେ ୫୦ ହଜାର ! କେମିତି କରିବେ ଆବେଦନ?

ରାଜ୍ୟରେ ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଚାରିଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି । ସେହି ଘୋଷଣା ଭିତରେ ସବୁଠାରୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା । ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଓ କେମିତି କରିବେ ଆବେଦନ ଆସନ୍ତୁ ଜାଣିବା ।ସୁଭଦ୍ରା ଯୋଜନାକୁ ନେଇ ବଡ କଥା କହିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଶୀଘ୍ର ସୁଭଦ୍ରା ଯୋଜନାରେ ଓଡ଼ିଶାର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କାର କ୍ୟାସ୍ ଭାଉଚର୍।

ଏନେଇ ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। । ସେ କହିଛନ୍ତି, କ୍ୟାବିନେଟ୍ ମୋହର ବାଜିବା ପରେ ସୁଭଦ୍ରା ଯୋଜନା ଡ୍ରାଫ୍ଟିଂ ଷ୍ଟେଜରେ ଅଛି । ଆସନ୍ତା ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା ଲଞ୍ଚ ହେବ ।ଏହାଛଡ଼ା ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି।

ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।ଅନ୍ୟପକ୍ଷରେ ଆଗାମୀ ସାତ ଦିନ ଭିତରେ ମିଶନ ଶକ୍ତିର ମାଆମାନେ ଅଢେଇ କୋଟି ଗଛ ଲଗାଇବେ । ଏନେଇ ହର୍ଟି କଲଚର,ଏଗ୍ରି କଲଚର, ଜଙ୍ଗଲ ବିଭାଗ ଓ ବିଭିନ୍ନ ନର୍ସରୀରେ ଥିବା ଗଛ ଗୁଡ଼ିକୁ ମିଶନ ଶକ୍ତି ମାଆ ମାନଙ୍କୁ ଯୋଗାଇ ଦେବାକୁ ବିଭାଗ ଗୁଡିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଚିଠି ଲେଖିବେ ।

ଓଡ଼ିଶାର ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରତି ମହିଳାଙ୍କୁ ୫୦ ହଜାର ଟଙ୍କାର କ୍ୟାସ ଭାଉଚର ମିଳିବ।ସୁଭଦ୍ରା ଯୋଜନାରେ ଆବେଦନ ଉଭୟ ଅନଲାଇନ୍ ଓ ଅଫଲାଇନ୍ ମାଧ୍ୟମରେ କରାଯାଇ ପାରିବ । ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କୁ ସଶକ୍ତ କରିବା । ଯାହା ବିଜେପି ସରକାର ଦ୍ୱାରା ଆରମ୍ଭ କରାଯାଇଛି ।

ସୁଭଦ୍ରା ଯୋଜନା: କେଉଁମାନେ ଯୋଜନା ପାଇଁ ଯୋଗ୍ୟ? ମହିଳା ଜଣଙ୍କ ଓଡି଼ଶାର ବାସିନ୍ଦା ହୋଇଥିବେ ! ମହିଳାଙ୍କ ବୟସ ୨୩ରୁ ୫୯ ମଧ୍ୟରେ ହେବା ଜରୁରୀ !ଗୋଟିଏ ପରିବାରରୁ ଜଣଙ୍କୁ ସୁଭଦ୍ରା ଭାଉଚର ମିଳିବ ! କେବଳ ବିବାହିତା ମହିଳା ମାନେ ଅନ୍ତର୍ଭୁକ୍ତ ହୋଇପାରିବେ ! ଆବେଦନକାରୀ କୌଣସି ସରକାରୀ ଚାକିରୀ କରିନଥିବେ ! ଅବିବାହିତ ମହିଳା ହୋଇପାରିବେନି ସାମିଲ

ତେବେ ଏହି ଯୋଜନାରେ କିପରି ଆବେଦନ କରାଯିବ ସରକାରଙ୍କ ପକ୍ଷରୁ ଏ ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ନୋଟିଫିକେସନ ଆସିନାହିଁ । 100 ଦିନ ଭିତରେ ନୋଟିଫିକେସନ ଆସିବ ଓ ଅନଲାଇନ ଆବେଦନ ଆରମ୍ଭ ହେବ ବୋଲି କୁହାଯାଉଛି

Leave a Reply

Your email address will not be published. Required fields are marked *