September 11, 2024

Odia Express

Leading Odia News Portal of Odisha

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଜିଠାରୁ ପ୍ରବଳ ବର୍ଷା,ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ଆସନ୍ତା ୨ ଦିନରେ ପହଞ୍ଚିବ। ଫଳରେ ଆସନ୍ତାକାଲି ଠାରୁ ବଢିବ ବର୍ଷା।

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି

ସେହିଭଳି ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୭୦ରୁ ୨୦୦ ମିମି ବର୍ଷା ସମ୍ଭାବନା ଅଛି । ୩୧ ତାରିଖରେ ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଗକୁ ରାଜ୍ୟରେ ଲଘୁଚାପର ପ୍ରଭାବ ଥିବାରୁ ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସଜୀବିଙ୍କୁ ପରାମର୍ଶ ଦିଆଯାଇଛି

More Stories