October 20, 2024

Odia Express

Leading Odia News Portal of Odisha

୨୧ ଜୁନ ୨୦୧୯ ଶୁକ୍ରବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାକାଳ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ – ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।  ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ । ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ , ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ବୃଷ – ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗୃହସ୍ଥଜୀବନର ସମସ୍ୟା ଠିକ ହେବାପରି ପ୍ରତୀୟମାନ ହେବ। ସଂପତ୍ତି ସମ୍ବନ୍ଧୀତ କାର୍ଯ୍ୟର ଉଚିତ ମାର୍ଗ ମିଳିବ।ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ – ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ। ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ,ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ।

କର୍କଟ:– ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି ,ନିଜର ହୃଦୟ କଥା ଶୁଣନ୍ତୁ ।ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ ।ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ । ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ,ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ସିଂହ – ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ । ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସୁଖଦାୟକ ଘଟଣା ଘଟିବ। କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ। ସ୍ଵାସ୍ଥ୍ୟ ଭଲ ରହିବ। ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ। ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ,ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

କନ୍ୟା – ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ । ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ ।ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ତୁଳା – ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ବିଛା – ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ ।ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ – ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ । ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ ।ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ। ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପରିବାରରେ କିଛି ମନମାଳିନ୍ୟ ହୋଇପାରେ। ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ,ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

ମକର – ଆପଣଙ୍କ ସଂପ୍ରେଷଣ କଳା ଏବଂ ଦୃଢ଼ ନିଶ୍ଚୟ ଯୋଗୁଁ ଆପଣ ବହୁ ସମସ୍ୟାକୁ ସମାଧାନ କରିବେ । ଯେତେବେଳେ ଆପଣ ସଫଳତା ପାଇବେ, ସେତେବେଳେ ଏଗୁଡ଼ିକର ଆପଣଙ୍କ ଜୀବନରେ କେତେ ମହତ୍ତ୍ୱ ବୁଝିପାରିବେ । ବାହାରେ ଭ୍ରମଣ କରି କିଛି ମସୟ କାଟନ୍ତୁ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ ।ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ ।ଜଗନ୍ନାଥଙ୍କର ଆଶୀର୍ବାଦରେ ଶାରୀରିକ ଏବଂ ମାନସିକ ସୁଖ ରହିବ। ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ। ବ୍ୟାପାରିମାନଙ୍କ ଦ୍ଵାରା କାମର ମର୍ଯ୍ୟାଦା ହେବ, ଯାହା ଆପଣଙ୍କୁ ଅଧିକ ପ୍ରୋତ୍ସାହିତ କରିବ। ପଦୋନ୍ନତିର ଯୋଗ ଅଛି,ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ – ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ,ତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମୀନ – ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ,ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Leave a Reply

Your email address will not be published. Required fields are marked *